ଧାମନଗର ଉପନିର୍ବାଚନ ପାଇଁ ସର୍ଗରମ ରାଜନୀତି, ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...

ଧାମନଗର ଉପନିର୍ବାଚନ ପାଇଁ ସର୍ଗରମ ରାଜନୀତି, ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...  

ଭଦ୍ରକ,୨୮/୧୦ : ଭଦ୍ରକ ଜିଲ୍ଲା ଧାମନଗର ଉପନିର୍ବାଚନ ପାଇଁ ସର୍ଗରମ ରାଜନୀତି। ପ୍ରଚାର ମୈଦାନ ରେ ହେବି ବେଟ ନେତା । ଆଜି ପ୍ରଚାର ମୈଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଦଳୀୟ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ କରିବେ ଭୋଟ୍ ଭିକ୍ଷା । ୨ ଦିନ ଧରି ଧାମନଗର ନିର୍ବାଚନମଣ୍ଡଳୀର ବିଭିନ୍ନ ପଞ୍ଚାୟତ ବୁଲି କରିବେ ପଦଯାତ୍ରା ।  

ଧାମନଗର ବ୍ଲକର ଦୋବଲ ବଜାରରୁ ପଦଯାତ୍ରା ଆରମ୍ଭ କରି ଧାମନଗର ଏନଏସି ମେଡିକାଲ ବଜାର, କୋଠାର ପଞ୍ଚାୟତର କୋଠାର ଛକ ଏବଂ ଅସୁରାଳୀରେ ପ୍ରଚାର କରିବେ।

ପରେ ଶହୀଦ ନଗରରେ ଥିବା ଲୁଣିଆ ଶହୀଦ ପୀଠରେ ଶ୍ରଦ୍ଧାଞ୍ଜଳି ଦେବାପରେ ସେଠାରେ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଅକ୍ଟୋବର ୨୯ରେ ତିହିଡି ବ୍ଲକର ପାଳିଆ ବଜାର, ଗୌମାଳା ଓ ବୋଡାକରେ କେନ୍ଦ୍ରମନ୍ତ୍ରୀପ୍ରଧାନ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପଦଯାତ୍ରା କରି ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।





Edited by k.s thakur...

Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...