ନବ ଦାସଙ୍କୁ ଗୁଳିମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ, ଝାରସୁଗୁଡ଼ା ଏସ୍ପି ଓ ବ୍ରଜରାଜନଗର ଏସ୍ଡିପିଓଙ୍କୁ ବଦଳି...

ନବ ଦାସଙ୍କୁ ଗୁଳିମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ, ଝାରସୁଗୁଡ଼ା ଏସ୍ପି ଓ ବ୍ରଜରାଜନଗର ଏସ୍ଡିପିଓଙ୍କୁ ବଦଳି... ଭୁବନେଶ୍ବର,୩୧/୦୧ : ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ଘଟଣାରେ ରାଜ୍ୟ ପୁଲିସ କାର୍ଯ୍ୟାନୁଷ୍ଠାନ ନେଇଛି। ଝାରସୁଗୁଡ଼ା ଏସ୍ପି ଓ ବ୍ରଜରାଜନଗର ଏସ୍ଡିପିଓଙ୍କୁ ବଦଳି କରାଯାଇଛି। Ad.. ଝାରସୁଗୁଡ଼ା ଏସ୍ପି ରାହୁଲ ଜୈନଙ୍କୁ ବଦଳି ହୋଇଛି। ରାହୁଲ ଜୈନଙ୍କୁ ରାଜ୍ୟ ପୁଲିସ ମୁଖ୍ୟାଳୟରେ ଅବସ୍ଥାପିତ କରାଯାଇଛି। ତାଙ୍କ ସ୍ଥାନରେ ବରଗଡ଼ ଏସ୍ପି ପରମାର ସ୍ମିତ୍ଙ୍କୁ ମୁତୟନ କରାଯାଇଛି। Ad.. ସେହିଭଳି ବୌଦ୍ଧର ଏସ୍ପି ପ୍ରହଲ୍ଲାଦ ସହାୟଙ୍କୁ ବରଗଡ଼ ବଦଳି ହୋଇଥିବା ବେଳେ ରାୟଗଡ଼ାର ଅତିରିକ୍ତ ଏସ୍ପି ବୌଦ୍ଧରେ ନୂଆ ନିଯୁକ୍ତି ମିଳିଛି। ସେହିପରି ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଏସ୍ଡିପିଓ ଗୁପ୍ତେଶ୍ବର ଭୋଇଙ୍କୁ ମଧ୍ୟ ବଦଳି ହୋଇଛି। ଶ୍ରୀ ଭୋଇଙ୍କୁ ରାଜ୍ୟ ପୁଲିସ ମୁଖ୍ୟାଳୟକୁ ବଦଳି ହୋଇଥିଲା ବେଳେ ତାଙ୍କ ସ୍ଥାନରେ ଚିନ୍ତାମଣୀ ପ୍ରଧାନଙ୍କୁ ନୂତନ ଦାୟିତ୍ବ ମିଳିଛି। ଚିନ୍ତାମଣୀ ଏବେ ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଏସ୍ଡିପିଓ ଭାବେ କାର୍ଯ୍ୟରତ ଅଛନ୍ତି। Edited by k.s thakur...