ଦିଗପହଣ୍ଡିରେ ବସ ଦୁର୍ଘଟଣା; ୧୨ ମୃତ , ୮ ଗୁରୁତର...

ଦିଗପହଣ୍ଡିରେ ବସ ଦୁର୍ଘଟଣା; ୧୨ ମୃତ , ୮ ଗୁରୁତର...

ଦିଗପହଣ୍ଡି,୨୬/୦୬ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଦୁଇ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୭ ଜଣ ରହିଥିବା ସୂଚନା ମିଳିଛି। 

            Ad..



ଏଥିସହିତ ଦୁଇ ବସ୍‌ର ଅନେକ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। 

ଅନ୍ୟପକ୍ଷରେ ଜଣେ ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପ୍ରାଥମିକ ଅବସ୍ଥାରେ ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ସୂଚନା ଆସିଥିବା ବେଳେ ପରେ ଏହା ୧୨କୁ ବୃଦ୍ଧି ପାଇଥିବା ସ୍ଥାନୀୟ ପୁଲିସ ସୂତ୍ରରୁ ପ୍ରକାଶ।

ସୂଚନା ଅନୁସାରେ, ରାୟଗଡ଼ାରୁ ଭୁବନେଶ୍ୱର ଯାଉଥିବା ଓଏସ୍‌ଆର୍‌ଟିସି ବସଟି ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଅନ୍ତର୍ଗତ ଖେମୁଣ୍ଡି କଲେଜ ଛକ ନିକଟରେ ବିବାହ ପରେ କନ୍ୟାକୁ ଛାଡ଼ି ବ୍ରହ୍ମପୁରରୁ ଫେରୁଥିବା ଏକ ଘରୋଇ ମିନିବସ୍‌ ସହ ମୁହାଁମୁହିଁ  ଧକ୍କା ହେବାରୁ ଏହି ଅଘଟଣ ଘଟିଛି ବୋଲି ଖବର ମିଳିଛି । 

ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଛନ୍ତି। ସେଠାରେ ସେମାନଙ୍କର ଚିକିତ୍ସା ଜାରି ରହିଛି। 

ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଆହତମାନଙ୍କୁ ୩୦ ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯାଇଥିବା ସୂଚନା ରହିଛି।

ତେବେ ଏହି ଘଟଣା ସଂପର୍କରେ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ସରକାରୀ ଭାବେ ମୃତ୍ୟୁସଂଖ୍ୟା ୧୦ ବୋଲି ପ୍ରକାଶ ପାଇଛି। ଆହତମାନଙ୍କର ଚିକିତ୍ସା ଜିଲ୍ଲା ପ୍ରଶାସନ ତତ୍ତ୍ବାବଧାନରେ ଚାଲିଥିବା ଏଆରସିଙ୍କ ପକ୍ଷରୁ କହାଯାଇଛି। 

ବ୍ରହ୍ମପୁର ବଡଡ଼ାକ୍ତରଖାନାରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଏସପି ଡା.ସରବଣା ବିବେକ ଏମ୍ ଓ ବ୍ରହ୍ମପୁର ଉପଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣି ପହଞ୍ଚି ତଦାରଖ କରୁଛନ୍ତି।





Edited by k.s thakur...

Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...