ଶେଷ ହେଲା ପହଣ୍ଡି , ରଥରେ ବିରାଜମାନ ହେଲେ ଚତୁର୍ଦ୍ଧାମୂର୍ତ୍ତି...

ଶେଷ ହେଲା ପହଣ୍ଡି , ରଥରେ ବିରାଜମାନ ହେଲେ ଚତୁର୍ଦ୍ଧାମୂର୍ତ୍ତି...

ପୁରୀ,୨୮/୦୬ : ଆଜି ହେଉଛି ପବିତ୍ର ବାହୁଡ଼ାଯାତ୍ରା। ଚତୁର୍ଦ୍ଧାମୂର୍ତ୍ତିଙ୍କର ପହଣ୍ଡି ଶେଷ ହୋଇଛି। ପ୍ରଥମେ ସୁଦର୍ଶନ, ପରେ ବଳଭଦ୍ର, ତାପରେ ମାତା ସୁଭଦ୍ରା ଓ ଶେଷରେ ମହାବାହୁଙ୍କ ପହଣ୍ଡି ଶେଷ ହୋଇଛି। 

             Ad..



ତେବେ ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଭକ୍ତଙ୍କ ଗହଳରେ ଝୁଲିଝୁଲି ଗୁଣ୍ଡିଚାଘରୁ ଆସିବାର ଦୃଶ୍ୟରେ ଭକ୍ତମାନଙ୍କୁ ବିମୋହିତ କରିଛି। ବଳଭଦ୍ରଙ୍କ ପରେ ଗୁଣ୍ଡିଚା ମନ୍ଦିରରୁ ପହଣ୍ଡିରେ ବାହାରିଥିଲେ ମା ସୁଭଦ୍ରା । 

Ad..



ବଡ଼ଭାଇ ବଳଦେବଙ୍କ ପରେ ପରେ ଭଉଣୀ ସୁଭଦ୍ରା ଦେବଦଳନ ରଥରେ ରଥାରୁଢ଼ ପାଇଁ ଧାଡ଼ି ପହଣ୍ଡିରେ ବାହାରିଥିଲେ।ଶେଷରେ ଗହଳି ଲଗାଇ ଶ୍ରୀ ଶ୍ରୀ ଜଗନ୍ନାଥ, ଅପରୂପା ଶୋଭାର ସମ୍ଭାର, ଦୀନଜନ ଶରଣରକ୍ଷଣ ମହାପ୍ରଭୁ ପହଣ୍ଡିରେ ଝୁଲିଝୁଲି ରଥାରୂଢ ହୋଇଛନ୍ତି। ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଭକ୍ତିମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା।

Ad..



ଶରଧାବାଲିରେ ଶ୍ରୀବିଗ୍ରହଙ୍କୁ ବାହୁଡ଼େଇ ଆଣିବା ପାଇଁ ଭକ୍ତଙ୍କ ସମାଗମ ଧୀରେ ଧୀରେ ବଢ଼ିବାରେ ଲାଗିଛି। ସେହି ଭାବ ବିନୋଦିଆ କାଳିଆ ସାଆନ୍ତଙ୍କୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ। 

ଆଉ ଗୁଣ୍ଡିଚା ଦିନ ପରି ମହାପ୍ରଭୁଙ୍କ ପରମ ସେବକ ଗଜପତି ମହାରାଜ ତିନି ରଥକୁ ଛେରା ପହଁରା ଶେଷ କରିବା ପରେ ରଥ ନିର୍ଦ୍ଦେଶକଙ୍କ ପରାମର୍ଶକ୍ରମେ ରଥଟଣା ଆରମ୍ଭ ହେବ।

ସୂଚନାଯୋଗ୍ୟ,ବାହୁଡ଼ା ଯାତ୍ରା ପାଇଁ ନିର୍ଘଣ୍ଟ ନୀତି ଅନୁଯାୟୀ, ବୁଧବାର ଭୋର୍‌ ୪ଟାରେ ମଙ୍ଗଳ ଆଳତି ପରେ ଅନ୍ୟାନ୍ୟ ନୀତି ବଢ଼ି ୫ଟା ୪୫ରୁ ୬ଟା ୪୫ ଭିତରେ ଗୋପାଳବଲ୍ଲଭ ଓ ସକାଳଧୂପ(ଖେଚୁଡ଼ି ଭୋଗ) ନୀତି ସମ୍ପନ୍ନ ହୋଇଥିଲା । ତାପରେ ପହଣ୍ଡି ଆରମ୍ଭ ହୋଇଥିଲା।

ଏଣେ  ବାହୁଡ଼ା ଯାତ୍ରା ଶେଷ ପରେ ୨୯ ତାରିଖରେ ସୁନାବେଶ, ୩୦ରେ ଅଧରପଣା ଓ ଜୁଲାଇ ୧ରେ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ।







Edited by k.s thakur...

Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...