ଜଙ୍ଗଲରୁ ନାବାଳକର ଗଳିତ ମୃତଦେହ ଉଦ୍ଧାର, ଉତ୍ତେଜିତ ଲୋକେ ଜାଳି ଦେଲେ ପୁଲିସ ଭ୍ୟାନ୍‌...

ଜଙ୍ଗଲରୁ ନାବାଳକର ଗଳିତ ମୃତଦେହ ଉଦ୍ଧାର, ଉତ୍ତେଜିତ ଲୋକେ ଜାଳି ଦେଲେ ପୁଲିସ ଭ୍ୟାନ୍‌...

ଅନୁଗୁଳ,୨୮/୦୭ : ଆଠମଲ୍ଲିକ ଥାନା ଅଧୀନ ବାରିଣୀ ଜଙ୍ଗଲରୁ ନାବାଳକଙ୍କ କ୍ଷତ ବିକ୍ଷତ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ନାବାଳକ ଜଣଙ୍କ ଗୋଡ଼ହାତ ଆଦି ନଥିବା ବେଳେ ବଳି ଦିଆଯାଇଥିବା ସନ୍ଦେହ କରାଯାଉଛି। ଉତ୍ତେଜିତ ଲୋକେ ପୁଲିସ ଭ୍ୟାନ୍‌ରେ ନିଆଁ ଲଗାଇ ଦେଇଛନ୍ତି।

            Ad..



ସୂଚନା ଅନୁଯାୟୀ, ଗତ ୨୩ ତାରିଖରେ ବାସନ୍ତୀ ବିଶ୍ୱାଳ ନାମକ ଜଣେ ମହିଳାଙ୍କ ୧୪ ବର୍ଷୀୟ ପୁଅ ସଞ୍ଜିତ ବିଶ୍ବାଳଙ୍କ ଦେହ ସବୁବେଳେ ଖରାପ ରହୁଥିବାରୁ ଟୁସର ଗାଁକୁ ଆସିଥିଲେ। 

ସେଠାରେ ଥିବା ମା ମଙ୍ଗଳା ପ୍ରତ୍ୟକ୍ଷ ଥିବାରୁ ପୂଜାର୍ଚ୍ଚନା କରିବା ସହ ରାତିରେ ମଙ୍ଗଳା କୋଠିରେ ମା-ପୁଅ ଅଧିଆ ପଡ଼ିଥିଲେ। ରାତିରେ ଶୋଇଥିବା ବେଳେ ସକାଳୁ ଉଠି ବାସନ୍ତୀ ଦେଖିବା ବେଳକୁ ତାଙ୍କ ପୁଅ ନଥିଲେ। 

ଖୋଜାଖୋଜି କରିବା ପରେ ମଧ୍ୟ ପୁଅ ସଞ୍ଜିତ ନ ମିଳିବା ପରେ କିଆକଟା ଥାନାରେ ପୁଅ ନିଖୋଜ ନେଇ ଅଭିଯୋଗ କରିଥିଲେ । ତେବେ ଆଜି ବାରିଣୀ ଜଙ୍ଗଲରୁ ନାବାଳକଙ୍କ ଝୁଲନ୍ତା ମୃତଦେହ ମିଳିଥିଲା। 

ମୃତଦେହ ଝୁଲୁଥିବା ବେଳେ ତାର ଗୋଡ଼ ଓ ହାତ ନଥିଲା। ଯାହାକୁ ଦେଖି ଏହା ବଳି ପାଇଁ ହତ୍ୟା କରା ଯାଇଥିବା ସନ୍ଦେହ କରା ଯାଉଛି। ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକ ବାରିଣୀ ଛକଠାରେ ଆଠମଲ୍ଲିକ-କିଆକଟା ରାସ୍ତା ଅବରୋଧ କରିଛନ୍ତି।






Edited by k.s thakur...

Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...