ଜରିପାଲ ତଳେ ଭାଷଣ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...
ଜରିପାଲ ତଳେ ଭାଷଣ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...
କଟକ,୨୬/୦୭ : ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଟକର ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମହାମହିମ । ପ୍ରଥମେ କଟକ ଚଣ୍ଡୀ ମନ୍ଦିର ଯାଇ ମା'ଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ ରାଷ୍ଟ୍ରପତି ।
Ad..
ପରେ ମଧୁସୂଦନ ଦାସ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ, ସଂଗ୍ରହାଳୟ ପରିଦର୍ଶନ କରିଥିଲେ ।ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ବେଳେ, କଟକ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମ ବେଳେ ଦେଖିବାକୁ ମିଳିଥିଲା ବ୍ୟାପକ ଅବ୍ୟବସ୍ଥା ।ଜରିପାଲ ତଳେ ଅଭିଭାଷଣ ଦେଲେ ରାଷ୍ଟ୍ରପତି ।
ଇନଡୋର ଷ୍ଟାଡିୟମର ଛାତ ଭାଙ୍ଗି ଯାଇଥିବାରୁ ଏହା ଉପରେ ଜରିପାଲ ଘୋଡା ଯାଇଥିବା ଦେଖିବାକୁ ମିଳିଛି । ଅନେକ ଦିନରୁ ଷ୍ଟାଡିୟମ ଛାତ ନଷ୍ଟ ହୋଇଥିଲେ ବି ମରାମତି ହୋଇନି।
ଏପରକି ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ପାଇଁ ଛାତରେ ପାଲ ଘୋଡ଼େଇ କାମ ଚଳାଇ ଦିଆଯାଇଛି । ୨ ମାସ ପୂର୍ବରୁ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ବେଳେ କାହିଁକି ମରାମତି ହୋଇନି ବୋଲି ଆଇନଜୀବୀ ପ୍ରଶ୍ନ ଉଠାଇଛନ୍ତି ।
Edited by k.s thakur...
Comments
Post a Comment