ବଲାଙ୍ଗୀର ଜିଲ୍ଲାରେ ଦୁଇ ମାସ ଭିତରେ ମୋଟ୍ ୩୩୭ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ...

ବଲାଙ୍ଗୀର ଜିଲ୍ଲାରେ ଦୁଇ ମାସ ଭିତରେ ମୋଟ୍ ୩୩୭ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ...


ବଲାଙ୍ଗୀର,୨୩/୦୯ : ସୁନ୍ଦରଗଡ଼ ଜିଲ୍ଲା ପରେ ଏବେ ଚିନ୍ତା ବଢାଇଲା ବଲାଙ୍ଗୀର। ବଲାଙ୍ଗୀର ଜିଲ୍ଲାରେ ଗତ ଦୁଇମାସ ଭିତରେ ମୋଟ୍ ୩୩୭ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟରେ ସର୍ବାଧିକ। 

          Ad..



ଗତ ଅଗଷ୍ଟ ମାସରେ ୧୭୨ ଓ ସେପ୍ଟେମ୍ବର ମାସରେ ଏଯାଏ ୧୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଭାରପ୍ରାପ୍ତ ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ କୁବେର ଚନ୍ଦ୍ର ମହନ୍ତ ସୂଚନା ଦେଇଛନ୍ତି। 

          Ad..



ସେ କହିଛନ୍ତି ଯେ ଏହା ଏକ ବର୍ଷାକାଳୀନ ରୋଗ। ଆଗରୁ ଏହା ଥିଲା। ପୁଣି ଏହି ରୋଗ ଫେରିଛି। ଏଥିଲାଗି ଭୟଭୀତ ନ ହୋଇ ବରଂ ଡାକ୍ତରଙ୍କ ପରାମର୍ଶ ନେଇ ଚିକିତ୍ସା ନିଅନ୍ତୁ। ଆଶା, ଅଙ୍ଗନବାଡ଼ିକର୍ମୀଙ୍କ ଜରିଆରେ ଲୋକଙ୍କୁ ସଚେତନ କରାଯିବା ସହ ରୋଗ ଚିହ୍ନଟ ପାଇଁ ବ୍ୟାପକ ପରୀକ୍ଷା କରାଯାଉଛି। 

ଜିଲ୍ଲାରେ କେତେକ ଆକ୍ରାନ୍ତ ଏବେ ବି ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ କେତେକ ସୁସ୍ଥ ହୋଇ ଘରକୁ ଗଲେଣି।ଏଣେ ସୁନ୍ଦରଗଡ଼ରେ  ବର୍ତ୍ତମାନ ସୁଦ୍ଧା  ସୁନ୍ଦରଗଡ଼ରେ ୨୨୧ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। 

ଗତ ୧୪ ତାରିଖରେ ଜିଲ୍ଲାରେ ରାଜ୍ୟର ସର୍ବାଧିକ ୩୦ ଚିହ୍ନଟ ହୋଇଥିଲା। ଗତ ଜାନୁଆରିରେ ମାତ୍ର ୪ଜଣ ଚିହ୍ନଟ ହୋଇଥିଲେ। ତାପର ଠାରୁ ଏହା ବୃଦ୍ଧି ପାଇ ୨୨୧ରେ ପହଞ୍ଚିଛି। ସ୍କ୍ରବ୍ ଟାଇଫସରେ ଜଣକର ମୃତ୍ୟୁ ହୋଇଥିବାବେଳେ ଠିକ୍‌ ସମୟରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଇଥିବାରୁ ଅନ୍ୟ ଆକ୍ରାନ୍ତମାନେ ସୁସ୍ଥ ଥିବା ସିଡିଏମଓ ଡ. କାହ୍ନୁଚରଣ ନାୟକ କହିଛନ୍ତି।






Edited by k.s thakur...

Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...