ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ...

ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ... ଭୁବନେଶ୍ବର,୩୧/୧୦ : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। Ad.. ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ସପ୍ତମ ଦିନରେ ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା। Ad.. ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। Ad.. ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲ...