ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ...

ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ...


ଭୁବନେଶ୍ବର,୩୧/୧୦ : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। 

Ad..



ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ସପ୍ତମ ଦିନରେ ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା।

Ad..



ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Ad..



ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । 

ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ। ବିଜ୍ଞାନ ପାର୍କ ହେବ। ଦକ୍ଷତା ବିକାଶ କେନ୍ଦ୍ର ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ। 

ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ ବାଲେଶ୍ୱର ଜିଲ୍ଲାର ୮ଟି ଓ ବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ। 

୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ। 

ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ । ଗ୍ରାମାଞ୍ଚଳର ନୂଆ ରୂପ ଓଡିଶା ରୂପାନ୍ତରର ହେବ ପ୍ରକୃତ ଚିତ୍ର ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରତାପ କେଶରୀ ଦେବ, ଅଶ୍ୱିନୀ ପାତ୍ର, ନିରଞ୍ଜନ ପୂଜାରୀ, ଟୁକୁନି ସାହୁ,  ବିଧାୟକ ଅନନ୍ତ ଦାସ, ନିତ୍ୟାନନ୍ଦ ସାହୁ, ସ୍ୱରୂପ ଦାସ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ସରୋଜ ମେହେରଙ୍କ ସମେତ  ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ। 

ସେମାନେ କହିଥିଲେ ଯେ ଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ ଚାଲିଛି ନିରନ୍ତର ବିକାଶ। ଆଜି ଓଡିଶାରେ ବିକାଶର ମାନଚିତ୍ର ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି ବୋଲି ସେମାନେ କହିଥିଲେ । 

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି । ବିକାଶର ଏହି କାର୍ଯ୍ୟକ୍ରମ ଆମ ଗାଁଗୁଡିକୁ ସହର ସହିତ ସମାନ କରିବ ଏବଂ ଆମ ଭଳି ଗ୍ରାମାଞ୍ଚଳ ଲୋକଙ୍କ ଜୀବନ ଧାରାରେ ଆଣିବ ବଡ ପରିବର୍ତ୍ତନ ବୋଲି ସେମାନେ କହିଥିଲେ। କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।





Edited by k.s thakur...

Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...