‘ଶ୍ରୀକ୍ଷେତ୍ର ହେବ ଦେଶର ସର୍ବଶ୍ରେଷ୍ଠ ତୀର୍ଥକ୍ଷେତ୍ର’ : ଆଇନ ମନ୍ତ୍ରୀଙ୍କ ସମୀକ୍ଷା ଓ କ୍ଷେତ୍ର ପରିଦର୍ଶନ...
‘ଶ୍ରୀକ୍ଷେତ୍ର ହେବ ଦେଶର ସର୍ବଶ୍ରେଷ୍ଠ ତୀର୍ଥକ୍ଷେତ୍ର’ : ଆଇନ ମନ୍ତ୍ରୀଙ୍କ ସମୀକ୍ଷା ଓ କ୍ଷେତ୍ର ପରିଦର୍ଶନ...
ପୁରୀ,୨୯/୦୬ : ଶ୍ରୀକ୍ଷେତ୍ର ହେବ ଦେଶର ସର୍ବଶ୍ରେଷ୍ଠ ତୀର୍ଥକ୍ଷେତ୍ର। ଏଥିପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେବେ। ଆଜି ପୁରୀ ଗସ୍ତରେ ଆସି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବା ଅବସରରେ ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
Ad..
ଆଜି ଅପରାହ୍ନରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ପ୍ରସ୍ତୁତିର ସମୀକ୍ଷା କରିଥିଲେ। କ୍ଷେତ୍ର ପରିଦର୍ଶନ ସହ ସ୍ଥିତି ଅନୁଧ୍ୟାନ କରିଥିଲେ। ଶ୍ରୀମନ୍ଦିର ସମ୍ମୁଖରେ ସମ୍ପୂର୍ଣ୍ଣ ବ୍ୟବସ୍ଥା ଟିକିନିଖି ଦେଖିଥିଲେ। ପହଣ୍ଡିଠାରୁ ଆରମ୍ଭ କରି ରଥ ଗଡ଼ିବା ଓ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ବୁଝିଥିଲେ।
Ad..
ସିଂହଦ୍ବାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ, ବଡ଼ଦାଣ୍ଡରେ ଯେପରି ଶ୍ରଦ୍ଧାଳୁମାନେ ସୁବିଧାରେ ରହି ମହାପ୍ରଭୁଙ୍କୁ ଦର୍ଶନ କରିବେ ଓ ରଥ ଟାଣିବେ, ତାହାର ମଧ୍ୟ ଅନୁଧ୍ୟାନ କରିଥିଲେ। ଏଥିସହିତ, ସର୍କିଟ୍ହାଉସ୍ଠାରେ ଜିଲ୍ଲାପାଳ ଓ ଏସ୍ପିଙ୍କ ସହ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିଥିଲେ। ଭିଡ଼ ଓ ଟ୍ରାଫିକ୍ ନିୟନ୍ତ୍ରଣ ବ୍ୟବସ୍ଥା ବୁଝିଥିଲେ।
ଏହି ଅବସରରେ ଶ୍ରୀ ହରିଚନ୍ଦନ ଗଣମାଧ୍ୟମକୁ କହିଥିଲେ, ମହାପ୍ରଭୁଙ୍କ ଆଶୀର୍ବାଦରୁ ସରକାର ଓ ପ୍ରଶାସନର ଯୋଜନା ମୁତାବକ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ଚାଲିଛି। ପୂର୍ବବର୍ଷ ତୁଳନାରେ ଚଳିତ ରଥଯାତ୍ରାରେ ଅଧିକ ଭକ୍ତଙ୍କ ସମାବେଶକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥା ଯୋଜନାବଦ୍ଧ ଭାବେ କରାଯାଉଛି।
ମହାପ୍ରଭୁଙ୍କ ଦର୍ଶନକୁ ଅଧିକ ଶୃଙ୍ଖଳିତ କରିବା ପାଇଁ ରଥଯାତ୍ରା ପରେ ସମସ୍ତଙ୍କ ପରାମର୍ଶ ନିଆଯାଇ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ହରିଚନ୍ଦନ କହିଥିଲେ। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଏସ୍ପି ପିନାକ ମିଶ୍ର, ପୂର୍ତ୍ତ ବିଭାଗ ଅତିରିକ୍ତ ସଚିବ ପ୍ରଦୀପ କୁମାର ସାହୁ, ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ବିନୟ କୁମାର ଦାଶ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ(ପ୍ରଶାସନ) ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ(ପ୍ରୋଟୋକଲ) ନୀଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ରଶ୍ମିରଞ୍ଜନ ସାହୁ ଓ ଅନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ।
Edited by k.s thakur...
Comments
Post a Comment