ଆମ୍ବୁଲାନ୍ସ ଦୁର୍ଘଟଣା ରେ ଜଣେ ମୃତ, ୩ ଆହତ...

ଆମ୍ବୁଲାନ୍ସ ଦୁର୍ଘଟଣା ରେ ଜଣେ ମୃତ, ୩ ଆହତ...


ଯାଜପୁର,୨୮/୧୧ : ଯାଜପୁର ଜିଲ୍ଲା ଏନଏଚ-୧୬ ଚଣ୍ଡିଖୋଲ ଛକ ନିକଟସ୍ଥ ନେଉଳପୁର ରେଲୱେ ଓଭରବ୍ରିଜ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। 

Ad..


ସୂଚନା ଅନୁଯାଇ ପଶ୍ଚିମବଙ୍ଗରୁ ଏହି ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଏନଏଚ-୧୬ ଚଣ୍ଡିଖୋଲ ନିକଟସ୍ଥ ନେଉଳପୁର ରେଲୱେ ଓଭରବ୍ରିଜ ପାଖରେ ଛିଡା ହୋଇଥିବା ଏକ ଡମ୍ଫରକୁ ପଛରୁ ଧକ୍କା ଦେଇଥିଲା।

ଯାହା ଫଳରେ ଆମ୍ବୁଲାନ୍ସରେ ଥିବା ରୋଗୀ ସହ ଚାରି ଜଣକ ମଧ୍ୟରୁ ଜଣକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଥିବା ଏନଏଚ ପାଟ୍ରୋଲିଙ୍ଗ ଅଫିସର ସୁଶୀଲ କୁମାର ପାଣିଗ୍ରାହୀ ସୂଚନା ପ୍ରଦାନ କରିଛନ୍ତି।

ଘଟଣା ସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ମେଡିକାଲରେ ଭର୍ତ୍ତି କରିଥିବା ଚଣ୍ଡିଖୋଲ  ଅଗ୍ନିଶମ  କର୍ମଚାରୀ ସୀତାରାମ୍ ଶର୍ମା କହିଛନ୍ତି।

ଆମ୍ବୁଲାନ୍ସ ଡ୍ରାଇଭରଙ୍କର ଆଖି ଲାଗି ଯାଇଥିବାରୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି।






Edited by k.s thakur...

Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...