୧୨ ଲକ୍ଷ ୮୯ ହଜାର କୋଟି ପୁଞ୍ଜି ନିବେଶ ପ୍ରସ୍ତାବ; ୧୩ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି!

୧୨ ଲକ୍ଷ ୮୯ ହଜାର କୋଟି ପୁଞ୍ଜି ନିବେଶ ପ୍ରସ୍ତାବ; ୧୩ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି!



ଭୁବନେଶ୍ବର,୨୯/୦୧ : ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ ସମ୍ମିଳନୀରେ ଦୁଇଦିନରେ ୧୨ ଲକ୍ଷ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପୁଞ୍ଜି ନିବେଶ ପାଇଁ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଭୁବନେଶ୍ବରର ଜନତା ମଇଦାନରେ ଗତକାଲି ଠାରୁ ଆରମ୍ଭ ହୋଇଥିବା ଏହି ଦୁଇ ଦିନିଆ ଶିଳ୍ପ ସମ୍ମିଳନୀରେ ଷ୍ଟାର୍ଟଅପ୍ ଓଡ଼ିଶା, ସ୍କିଲ୍‌ଡ ଇନ୍ ଓଡ଼ିଶା ଓ ମହିଳା ଉଦ୍ୟମିତା ଉପରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। 
             Ad..
ଏହା ବ୍ୟତୀତ ସିଇଓ ରାଉଣ୍ଡ୍‌ଟେବୁଲ୍‌, ମହିଳା ନେତୃତ୍ବ ରାଉଣ୍ଡ୍‌ଟେବୁଲ୍ ଓ ଏଡିଟର୍ସ ରାଉଣ୍ଡ୍‌ଟେବୁଲ୍ ଅନୁଷ୍ଠିତ ହୋଇଛି।କନ୍‌କ୍ଲେଭ୍‌ର ପ୍ରଥମ ଦିନରେ ୫ଟି ଓ ଦ୍ବିତୀୟ ଦିନରେ ୧୦ଟି ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀରେ ୧୪୫ଟି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। 
    Ad..
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ପୂର୍ବରୁ ଦୁଇ ଦିନ ପାଇଁ ଧାର୍ଯ୍ୟ ହୋଇଥିଲା। କିନ୍ତୁ ସରକାର ସାଧାରଣ ଲୋକଙ୍କ ପାଇଁ ଆଉ ଦୁଇଦିନ ବୃଦ୍ଧି କରିଛନ୍ତି। ଜନସାଧାରଣ ଆସନ୍ତାକାଲି (ଗୁରୁବାର) ସହ ଜାନୁଆରି ୩୧ ପର୍ଯ୍ୟନ୍ତ ଜନତା ମଇଦାନରେ ‘ଉତ୍କର୍ଷ ଓଡ଼ିଶା’ ସମ୍ମିଳନୀର ପଦର୍ଶନୀ ବୁଲିପାରିବେ। 
    Ad..
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ୧୪୫ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଏହା ଦ୍ବାରା ରାଜ୍ୟକୁ ୧୨ ଲକ୍ଷ ୮୯ ହଜାର କୋଟି ପୁଞ୍ଜି ନିବେଶ ପ୍ରସ୍ତାବ ଆସିଛି। ଏହା ଦ୍ବାରା ୧୨ ଲକ୍ଷ ୮୮ ହଜାର ନିଯୁକ୍ତି ସମ୍ଭାବନା ସୃଷ୍ଟି ହୋଇଛି। କେମିକାଲ୍ସ, ପେଟ୍ରୋ କେମିକାଲ୍ସ, ମାଇନ୍ସ, ବୟନ, ପର୍ଯ୍ୟଟନ, ଆଇଟି, ଖାଦ୍ୟ ପ୍ରକ୍ରିୟାକରଣ, କ୍ଷେତ୍ରରେ ପୁଞ୍ଜି ଆସିବ।

୧୬ଟି ଦେଶର ପ୍ରତିନିଧି ଏହି ସମ୍ମିଳନୀରେ ସାମିଲ ହେବା ଆମ ପାଇଁ ବଡ଼ ସଫଳତା। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ସ୍ବପ୍ନ ସାକାର କରିବୁ। ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣରେ ଭାଗିଦାରିତା ନିଭାଇବୁ। 

ସମ୍ମିଳନୀକୁ ଉଦ୍‌ଘାଟନ କରି ପ୍ରଧାନମନ୍ତ୍ରୀ ମୋଦୀ ଗତକାଲି କହିଥିଲେ, ଖୁବ୍ ଶୀଘ୍ର ବିକାଶର ଶିଖର ଛୁଇଁବ ଓଡ଼ିଶା। ଓଡ଼ିଶା ସଶକ୍ତ ଓ ସମୃଦ୍ଧ ହେବ। ଭାରତକୁ ବୁଝିବା ପାଇଁ ଓଡ଼ିଶା ହେଉଛି ପ୍ରକୃଷ୍ଟ ସ୍ଥାନ। ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟରେ ପରିଣତ ହେବ। ଓଡ଼ିଶା ଖୁବ୍ ଶୀଘ୍ର ସେଭଳି ଶୀର୍ଷରେ ପହଞ୍ଚିବ, ଯାହାର କେହି କଳ୍ପନା କରିନାହାନ୍ତି।

୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଓ ୨୦୪୭ ସୁଦ୍ଧା ବିକଶିତ ଭାରତକୁ ନଜରରେ ରଖି ‌ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ ପ୍ରସ୍ତୁତ କରାଯାଇଛି। ‌ରାଜ୍ୟର ନିବେଶ ସମ୍ଭାବନା କ୍ଷେତ୍ରଗୁଡ଼ିକୁ ସେଥିରେ ପ୍ରଦର୍ଶିତ କରାଯାଇଛି। ପାରମ୍ପରିକ ଧାତବ, ଖଣି ଓ ଖଣିଜ କ୍ଷେତ୍ର ବ୍ୟତୀତ ଏଥିରେ ବୟନ, ପେଟ୍ରୋକେମିକାଲ୍‌ସ, ଅକ୍ଷୟ ଶକ୍ତି, ସବୁଜ ଇନ୍ଧନ ଓ ସର୍କୁଲାର ଅର୍ଥନୀତି ଉପରେ ବିଶେଷ ଜୋର ଦିଆଯାଉଛି। ଜାନୁଆରି ୩୧ ଯାଏଁ ମେକ୍ ଇନ୍ ଓଡ଼ିଶା ଏକ୍ସପୋ ସାଧାରଣ ଜନତାଙ୍କ ପରିଦର୍ଶନ ପାଇଁ ଖୋଲାଯିବ।  




Edited by k.s thakur...



Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...