ବହୁ ଆକାଂକ୍ଷିତ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ...

ବହୁ ଆକାଂକ୍ଷିତ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ...


(ପ୍ରତ୍ୟେକ ଘର ପାଇଁ ମିଳିବ ୧.୨୦ ଲକ୍ଷ ଟଙ୍କା ସହ ବିଭିନ୍ନ ଯୋଜନାରେ ଶୌଚାଳୟ, ରନ୍ଧନ ଗ୍ୟାସ, ସ୍ୱଚ୍ଛ ପାନୀୟ ଜଳ ଓ ବିଦ୍ୟୁତ ସଂଯୋଗ ,ଜିଲ୍ଲାର ୧୫୨୧ ଜଣ ହିତାଧିକାରୀ ପାଇଲେ ଘର ତିଆରି କାର୍ଯ୍ୟାଦେଶ)

ବରଗଡ,୩୦/୦୩ : କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଏହି ପରିପ୍ରେକ୍ଷୀରେ ବରଗଡ ଜିଲ୍ଲାର ସମସ୍ତ ୧୨ ଗୋଟି ବ୍ଲକ ଏବଂ ଜିଲ୍ଲା ମୁଖ୍ୟାଳୟରେ ଏହି ଯୋଜନାର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଛି ।

Ad..


ବରଗଡ ଗୋରୁ ମାର୍କେଟ ପରିସରରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ଯୋଗ ଦେଇ ସମସ୍ତଙ୍କୁ ହିନ୍ଦୁ ନବ ବର୍ଷର ଶୁଭେଚ୍ଛା ଜଣାଇବା ସହ ଏହି ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହ ବଞ୍ଚିବାକୁ ଆଶା ଓ ଭରସା ଯୋଗାଇଦେବ ବୋଲି ନିଜ ମତ ରଖିଥିଲେ । 

ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ। ଏ ସମସ୍ୟାର ସମାଧାନ ହେବ ଏବଂ ସମସ୍ତଙ୍କୁ ପକ୍କା ଘର ମିଳିବ। ଅନ୍ତ୍ୟୋଦୟ ଗୃହ ଯୋଜନାରେ ସବୁଠାରୁ ଗରିବ ଓ ଅସହାୟ ଲୋକଙ୍କ ପାଇଁ ଘର ଦିଆଯିବ ।

ବରଗଡ ବିଧାୟକ ଶ୍ରୀ ଅଶ୍ଵିନୀ କୁମାର ଷଡଙ୍ଗୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହି ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହ ବଞ୍ଚିବାକୁ ଆଶା ଓ ଭରସା ଯୋଗାଇଦେବ ବୋଲି କହିଥିଲେ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ୨୦୧୮ ମସିହାରେ ସମସ୍ତଙ୍କୁ ପକ୍କା ଘର ଯୋଗାଇଦେଇ ଏହି ସମସ୍ୟାର ସମାଧାନ ପାଇଁ ଘୋଷଣା କରିଥିଲେ । 

ସେଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ସହରୀ ଓ ଗ୍ରାମୀଣ ଆଦି ଯୋଜନା କାର୍ଯ୍ୟକାରୀ ହେଉଛି । ଏହାକୁ ଆହୁରି ଜୋରଦାର କରାଯାଇ ଓଡିଶାରେ ଆମେ ଆରମ୍ଭ କରିଛୁ ଅନ୍ତ୍ୟୋଦୟ ଗୃହ ଯୋଜନା । ଏହା ଦ୍ୱାରା ସମସ୍ତଙ୍କ ପାଇଁ ଘର ସୁନିଶ୍ଚିତ କରାଯାଇ ପାରିବ । 

ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମନିନୀ ଭୋଇ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ  କହିଥିଲେ ଏହି ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହ ବଞ୍ଚିବାକୁ ଆଶା ଓ ଭରସା ଯୋଗାଇଦେବ। 

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟାଲ ଏବଂ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା ମଞ୍ଚାସୀନ ଥିବା ବେଳେ ଶତାଧିକ ମହିଳା ଓ ପୁରୁଷ ଆଭାସୀ ମାଧ୍ୟମରେ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ ସହ ଜଡିତ ଥିଲେ । 

ପ୍ରକାଶ ଥାଉକି, ଆଭାଷୀ ଜରିଆରେ ଜିଲ୍ଲାର ସମସ୍ତ ୧୨ ବ୍ଲକରୁ ଅନ୍ୟାନ୍ୟ ବିଧାୟକଗଣ ଏବଂ ପଞ୍ଚାୟତିରାଜ ସଦସ୍ୟଗଣ ଏହି କାର୍ଯ୍ୟକ୍ରମରେ ଯୋଡି ହୋଇ ପ୍ରାରମ୍ଭରେ ମାନନୀୟ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ କାର୍ଯ୍ୟକ୍ରମକୁ ଶୁଣିଥିଲେ । 

ଏହି ଅବସରରେରେ ଅମ୍ବଭୋନା ବ୍ଲକରୁ ୭୪ ଜଣ ହିତାଧିକାରୀ କାର୍ଯ୍ୟାଦେଶ ପାଇଥିବା ବେଳେ ଅତାବିରା ବ୍ଲକରୁ ୧୦୮ ଜଣ, ବରଗଡ ବ୍ଲକରୁ ୧୦୦ ଜଣ , ବରପାଲି ବ୍ଲକରୁ ୨୧୭ ଜଣ, ଭଟଲି ବ୍ଲକରୁ ୮୯ ଜଣ, ଭେଦେନ ବ୍ଲକରୁ ୧୫୦ ଜଣ, ବିଜେପୁର ବ୍ଲକରୁ ୧୬୪ ଜଣ, ଗାଇସିଲେଟ ବ୍ଲକରୁ ୧୮୫ ଜଣ, ଝାରବନ୍ଧ ବ୍ଲକରୁ ୧୬୫ ଜଣ, ପାଇକମାଲ ବ୍ଲକରୁ ୧୩୧ ଜଣ, ରାଜବୋଡାସମ୍ବର ବ୍ଲକରୁ ୪୮ ଜଣ ଏବଂ ସୋହେଲା ବ୍ଲକରୁ ୯୦ ଜଣ ହିତାଧିକାରୀଙ୍କୁ ମିଶାଇ ଜିଲ୍ଲାର ସମୁଦାୟ ୧୫୨୧ ଜଣ ବିଭିନ୍ନ ବର୍ଗର ହିତାଧିକାରୀଙ୍କୁ ଘର ତିଆରି କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି । 

ସୂଚନା ଯୋଗ୍ୟକି, ଏହି ଯୋଜନାରେ ସମାଜରେ ସବୁଠାରୁ ଅଧିକ ଗରିବ ଓ ଅସହାୟ ଲୋକମାନେ ଉପକୃତ ହେବେ ।  ଭିନ୍ନକ୍ଷମ, ବିଧବା, କର୍କଟ ଭଳି ଅନ୍ୟାନ୍ୟ ଗୁରୁତର ରୋଗରେ ପୀଡ଼ିତ ପରିବାର, ଶହୀଦ ପରିବାର, ଘରପୋଡ଼ି, ହାତୀ ଉପଦ୍ରବ ତଥା ବନ୍ୟା ବାତ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟରେ ଭୀଷଣ ଭାବେ ପ୍ରଭାବିତ ହୋଇଥିବା ପରିବାରଙ୍କୁ ଅଗ୍ରାଧିକାର ଭିତ୍ତିରେ ଗୃହ ମଞ୍ଜୁର କରାଯିବ । 

ଏହା ସହିତ କର୍କଟ, କୁଷ୍ଠ, କିଡ଼ନୀ ରୋଗ, ଲିଭର ସିରୋସିସ, ଥାଲାସେମିଆ ଅଥବା HIV ପରି ଦୁରାବ୍ୟାଧିରେ ପୀଡ଼ିତ ପରିବାର ଏବଂ ଅନାଥ, ନିରାଶ୍ରୟଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ତୁରନ୍ତ ଗୃହ ଯୋଗାଇ ଦିଆଯିବା ସହ ଜଙ୍ଗଲ ଅଧିକାର ଆଇନ ହିତାଧିକାରୀ, ମୁକ୍ତ ଗୋତି ଶ୍ରମିକ, ଜାତୀୟ ଏବଂ ଆନ୍ତର୍ଜାତୀୟ ସ୍ତରର କ୍ରୀଡାବିତ୍ ମାନେ ମଧ୍ୟ ଏହି ଯୋଜନାରେ ଉପକୃତ ହୋଇପାରିବେ ଏବଂ ଏହି ଯୋଜନାରେ ପ୍ରତ୍ୟେକ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ଟଙ୍କା ଦିଆଯିବା ସହିତ ଏଥିରେ ଅନ୍ୟାନ୍ୟ ଯୋଜନାର ସମନ୍ୱୟ କରାଯାଇ ବିଭିନ୍ନ ଆବଶ୍ୟକୀୟ ସୁବିଧା ଦିଆଯିବ। 

ସ୍ୱଚ୍ଛ ଭାରତ ମିଶନରୁ ଶୌଚାଳୟ, ଉଜ୍ଜ୍ୱଳା ଯୋଜନାରୁ ରନ୍ଧନ ଗ୍ୟାସ, ଜଳ ଜୀବନ ମିଶନରୁ ସ୍ୱଚ୍ଛ ପାନୀୟ ଜଳ, ସୌଭାଗ୍ୟ ଯୋଜନାରୁ ବିଦ୍ୟୁତ ସଂଯୋଗ ଆଦି ଯୋଗାଇ ଦିଆଯିବ। ଜୀବନଯାପନ ପାଇଁ ସବୁ ଆବଶ୍ୟକୀୟ ସୁବିଧା ଦିଆଯିବ। କେବଳ ସେତିକି ନୁହେଁ, ଏହି ଯୋଜନାରେ ହିତାଧିକାରୀମାନଙ୍କୁ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ୯୦ ରୁ ୯୫ ଦିନ ପର୍ଯ୍ୟନ୍ତ ଅଣକୁଶଳୀ ଶ୍ରମିକ ଭାବରେ ପାରିଶ୍ରମିକ ସହ କାମ ଯୋଗାଇ ଦିଆଯିବ।



Report : Bijay ku sahu

Edited by k.s thakur...



Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...