କଟିବ ବିଦେଶୀଙ୍କ ରାସନ କାର୍ଡ : ଚିହ୍ନଟ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ...

କଟିବ ବିଦେଶୀଙ୍କ ରାସନ କାର୍ଡ : ଚିହ୍ନଟ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ...


ଭୁବନେଶ୍ବର,୨୮/୦୪ : ଓଡ଼ିଶାରେ ପାକିସ୍ଥାନୀ, ବାଲାଂଦେଶୀ,ମିଆଁମାରର ନାଗରିକ ବସବାସ କରିବା ସହିତ ରାସନ କାର୍ଡ ହାତେଇଛନ୍ତି । ସେମାନଙ୍କର ଭୋଟର କାର୍ଡ  ଏବଂ ଆଧାର କାର୍ଡ ମଧ୍ୟ ରହିଛି। ସେମାନଙ୍କୁ ଖୁବଶୀଘ୍ର ଚିହ୍ନଟ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏସବୁ ବିଦେଶୀ ନାଗରିକଙ୍କ ରାସନ କାର୍ଡ କଟାଯିବ।

Ad..


ରାସନ କାର୍ଡ ପାଇଥିବା ବିଦେଶୀଙ୍କୁ ଚିହ୍ନଟ କରିବା ପାଇଁ ସରକାର ନିର୍ଦ୍ଦେଶ ଜାରି ହୋଇଛି। ସମସ୍ତ ଜିଲ୍ଲାପାଳଙ୍କୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ସେମାନଙ୍କୁ ଚିହ୍ନଟ କରି ରାସନ କାର୍ଡ ତାଲିକାରୁ ନାମ କାଟିବାକୁ ସରକାରଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶ ଜାରି ହୋଇଛି। 

         Ad..


ଏସବୁ ବିଦେଶୀ ସୁଯୋଗ ଦେଖି ଓଡିଶାରେ ଅନୁପ୍ରବେଶ କରି ସମସ୍ତ ସରକାର ସୁବିଧା ହାସଲ କରିଛନ୍ତି। ସେମାନଙ୍କୁ ଚିହ୍ନଟ କରି ସେମାନଙ୍କର ରାସନ କାର୍ଡ କଟିବାପରେ ପ୍ରକୃତ ରାସନ କାର୍ଡ ହିତାଧିକାରୀଙ୍କ ସଂଖ୍ୟା ଜଣାପଡ଼ିବ ବୋଲି କୁହାଯାଇଛି। ପ୍ରକ୍ରିୟା ସରିଲେ ସଂଖ୍ୟା ସାମ୍ନାକୁ ଆସିବ ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି।



Edited by k.s thakur...



Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...