ବରିଷ୍ଠ ଆଇଏଏସ ଅଧିକାରୀ ଅରବିନ୍ଦ ଅଗ୍ରୱାଲଙ୍କୁ ନୂଆ ଦାୟିତ୍ବ: କରିବେ ପୁରୀ ରଥଯାତ୍ରା ପରିଚାଳନା...

ବରିଷ୍ଠ ଆଇଏଏସ ଅଧିକାରୀ ଅରବିନ୍ଦ ଅଗ୍ରୱାଲଙ୍କୁ ନୂଆ ଦାୟିତ୍ବ: କରିବେ ପୁରୀ ରଥଯାତ୍ରା ପରିଚାଳନା...


ପୁରୀ,୨୯/୦୬ : ଶରଧାବାଲିରେ ଆଜି ଭୋର୍‌ରୁ ଦଳଚକଟା ଘଟଣାରେ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଏବଂ ଅନେକ ଲୋକ ଆହତ ହେବା ପରେ ରାଜ୍ୟ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଅଦଳବଦଳ କରିଛନ୍ତି। 

             Ad..


ରଥଯାତ୍ରା ସମୟରେ ବିଭ୍ରାଟ ଘଟିଥିବାରୁ ସରକାର କାର୍ଯ୍ୟାନୁଷ୍ଠାନ ରୂପକ କିଛି ଅଧିକାରୀଙ୍କୁ ବଦଳି କରିଛନ୍ତି। ଏଥିରେ ଅଛନ୍ତି ପୁରୀ ଜିଲ୍ଲାପାଳ ଓ ଏସ୍‌ପିଙ୍କ ସମେତ ଅନ୍ୟ ଅଧିକାରୀ। ଆଜିର ଏହି ଅଭାବନୀୟ ଘଟଣା ପରେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ଅରବିନ୍ଦ ଅଗ୍ରୱାଲଙ୍କୁୁ ରଥଯାତ୍ରା ପରିଚାଳନା ଦାୟିତ୍ବ ଦିଆଯାଇଛି। 

         Ad..


ରାଜ୍ୟ ସରକାର ପୁରୀ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ମଧ୍ୟ ବଦଳି କରିଛନ୍ତି। ପୁରୀରେ ନୂତନ ଜିଲ୍ଲାପାଳ ଭାବେ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ୍‌ପି ଭାବେ ପିନାକ ମିଶ୍ର ଯୋଗ ଦେଇଛନ୍ତି। ଅନ୍ୟପକ୍ଷରେ ଡିସିପି ଶ୍ରୀ ବିଷ୍ଣୁ ପତି ଓ କମାଣ୍ଡାଣ୍ଟ୍‌ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି।

ଏହି ଅଘଟଣ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡ଼ିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। ପରଲୋକଗତ ଭକ୍ତମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି। ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିସନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ।




Edited by k.s thakur...



Comments

Popular posts from this blog

ପଦ୍ମପୁର ଗ୍ରାମାଞ୍ଚଳ ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ; ରଥ ଦେଖିବାକୁ ଯାଇଥିବା ଯୁବକ ଙ୍କୁ ମାଡ, ଅବସ୍ଥା ଗୁରୁତର...

ରାତାରାତି ତରବରିଆ ଭାବେ ପାଇପ୍ ବିଛା କାମ ଯୋଗୁଁ ଫସିଲା କୋଇଲା ବୋଝେଇ ଟ୍ରକ...

ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ଭଟଲି ରଥଯାତ୍ରା...